Climate change & global initiatives

ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା

ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା

ଆସନ୍ତାକାଲି ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବା ସହ ଉପକୂଳ ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ସତର୍କ କରିଛି।

ବର୍ତ୍ତମାନ ବନ୍ୟାରେ ୬ଟି ଜିଲ୍ଲାର ୨୨ଟି ବ୍ଲକର ପ୍ରାୟ ୧ ଲକ୍ଷ ୭ ହଜାରରୁ ଅଧିକ ଲୋକ ପ୍ରଭାବିତ ହୋଇଥିବାବେଳେ ହଜାର ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ସମ୍ଭାବ୍ୟ ବନ୍ୟା ପରିସ୍ଥିତି ଦୃଷ୍ଟିରେ ଉଦ୍ଧାରକାରୀ ଦଳ ମୁତୟନ ସହ ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ପ୍ରଶାସନ ପକ୍ଷରୁ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ଜାରି ରହିଥିବା ସହ ତଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Share: